ପ୍ରୀତି ଡେଭିଡ୍ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।